ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଜଣେ ଲେଖାଏଁ, ଢେଙ୍କାନାଳ, ଖୋର୍ଦ୍ଧା, ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୬୦୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.