ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୨୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୦୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।