ରାଜ୍ୟରେ ଆଜି ସର୍ବାଧିକ ୧୫୪୩ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଉ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।