ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୬୮ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୨୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।