ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୨୭୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.