ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୭୪୯କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୧୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।