ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।