ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି ।
ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ ଜଣ ଥିବା ବେଳେ ଜଗତସିଂପୁରର ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଧାରୁ ୧୨, କେନ୍ଦ୍ରାପଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଓ କେଉଁଝରରୁ ୨ ଜଣ ରହିଛନ୍ତି । ସେହିପରି ଭାଦ୍ରକ ଓ ନାୟାଗଡରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।
ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।