ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୬୫ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ଚିହ୍ନଟ ହୋଇଥିବା ୧୭୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଜୟପୁରରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣ ରହିଛନ୍ତି ।
ଏହାସହ ୧୧ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ