ଭୁବନେଶ୍ୱରରେ ଆଜି ୧୬୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୯୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୭୩ଜଣ ସୁସ୍ଥ ହୋଇଛନ୍ତି ଓ ୧୯ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୪୩୫ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।