ରାଜ୍ୟରେ ସର୍ବାଧିକ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକ ଓ ନୟାଗଡରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୨୭୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୧୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୯୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।