ଚିନ୍ତା ବଢ଼ାଉଛି ମୃତକଙ୍କ ସଂଖ୍ୟା ; ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବଲାଙ୍ଗୀର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୯୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୫୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।