ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୨୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୧୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।