ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡା, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ବୌଦ୍ଧ, ଜଗତସିଂହପୁର, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୦୩୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।