ରାଜ୍ୟରେ ଜୀବନ ହାରିଲେ ଆଉ ୧୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ,ଢ଼େଙ୍କାନାଳ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୭୫୩କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.