ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ପ୍ରାଣ ଗଲା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ବରଗଡ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୬୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୮୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।