ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.