ଭୁବନେଶ୍ବରରୁ ଆଜି ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି ।

ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୧୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.