୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୪୧୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୧ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରାପୁଟ ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୧୯ଜଣ ରହିଛନ୍ତି ।

Leave a Reply

Your email address will not be published.