ରାଜ୍ୟରେ ଆଉ ୨୮୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୮୨ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୭୫ ଜଣ, ଗଜପତି ଜିଲ୍ଲାରୁ ୭୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ୮ ଜଣ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।

 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଛି।

Leave a Reply

Your email address will not be published.