ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୮୬ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୮୬ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୭୨୦କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୬୨ ଜଣ ରହିଥିବା ବେଳେ କନ୍ଧମାଳରୁ ୪୧, ଖୁର୍ଦ୍ଧାରୁ ୩୨, ଗଞ୍ଜାମରୁ ୧୨, ମୟୂରଭଞ୍ଜରୁ ୮, ଅନୁଗୋଳରୁ ୭, କେଉଁଝରରୁ ୫, ମାଲକାନଗିରି, ନୟାଗଡ ଓ ପୁରୀରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଦେବଗଡ ଓ ସୋନପୁରରୁ ୨ ଜଣ ଲେଖାଏଁ ଓ ସୁନ୍ଦରଗଡରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି।
ରାଜ୍ୟରେ ଆଜି ଆଉ ୩୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି ।