ଆଜି ଭୁବନେଶ୍ୱରୁ ୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ କରୋନା ଯୋଦ୍ଧା ମଧ୍ୟ ପଜିଟିଭ୍ ହୋଇଛନ୍ତି ।

ତେବେ କ୍ୱାରେଣ୍ଟାଇନ ସେଣ୍ଟରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବରଗଡ, ଝାରପଡା, ଭରତପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଘାଟିକିଆରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *