୨୪ ଘଣ୍ଟାରେ ଭାରତରେ ୧୯,୪୫୯ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ଓଡ଼ିଶା ଟାଇମ୍: ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ ଟପିଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ୧.୫ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬, ୪୭୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୧୯,୪୫୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୩୮୦ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୨,୧୦,୧୨୦ ରହିଛନ୍ତି।

ଏହା ବ୍ୟତୀତ ୩ ଲକ୍ଷ ୨୧ହଜାର ୭୨୨ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published.