ରାଜ୍ୟରେ ଚିହ୍ନଟ ହେଲେ ୧୯୭୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୬୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ ଜଣ, ବରଗଡ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୦୧ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ ଜଣ, ଗଜପତି ଜିଲ୍ଲାରୁ ୯୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁର ଜିଲ୍ଲାରୁ ୬୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ ଜଣ, କନ୍ଧମାଳ ଜିଲ୍ଲାରୁ ୬୦ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୨ ଜଣ, କୋରାପୁଟ ଜିଲ୍ଲାରୁ ୯୦ ଜଣ, ମାଲକାନଗିରି ଜିଲ୍ଲାରୁ ୫୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ ଜଣ, ପୁରୀ ଜିଲ୍ଲାରୁ ୮୩ ଜଣ, ରାୟଗଡ଼ା ଜିଲ୍ଲାରୁ ୭୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୯ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ ଜଣ ରହିଛନ୍ତି ।

Leave a Reply

Your email address will not be published.