ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୯୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୩୨ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯୦ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *