ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୮ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *