କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୨୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୬୨୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୨୨୮୧୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।