ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି ରାଜ୍ୟରେ ନୂଆ ୪୫୬ ଜଣ ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ ଯାଜପୁରରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ତେବେ କରୋନାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୮ ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।
ଗଞ୍ଜାମ ମୃତକ ହେଉଛନ୍ତି ୭୭ ବର୍ଷର ଜଣେ ବ୍ୟକ୍ତି । ସେ ହାଇପରଟେନସନରେ ପୀଡିତ ଥିଲେ ।ସେହିପରି ଯାଜପୁରର ୬୪ ବ୍ୟକ୍ତି ମଧ୍ୟ ପ୍ରାଣ ହରାଇଛନ୍ତି । ସେ ମଧୁମେହରେ ପୀଡିତ ଥିଲେ ।
ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।