ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟ ; ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପିଆନ ଜିଲାର ସୁଗନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ଉକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରି ରହିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସୁଗନ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ଖବର ପାଇବା ମାତ୍ରେ ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳକୁ ଘେରାଉ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀମାନେ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

Leave a Reply

Your email address will not be published. Required fields are marked *