ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୫ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨୦୫ ଜଣ ସଂକ୍ରମିତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୩ ଲକ୍ଷ ୩୭ ହଜାର ୬୩୫ ଜଣ ସୁସ୍ଥ ହୋଇସାରିଲେଣି ।

ଶନିବାର ସୁସ୍ଥ ହୋଇଥିବା ୨୦୫ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୨୭, ନୂଆପଡା ୨୩, କଟକ ୧୯, ବଲାଙ୍ଗିର ୧୫, ବରଗଡ ୧୩, ବାଲେଶ୍ବର ୧୧, ଢେଙ୍କାନାଳ ଓ ସମ୍ବଲପୁରରୁ ୧୦, ଗଞ୍ଜାମ ୭, ଅନୁଗୁଳ ୬, ମୟୂରଭଞ୍ଜ ଓ ପୁରୀରୁ ୫, ଯାଜପୁର ୪, କଳାହାଣ୍ଡି, କୋରାପୁଟ ଓ ନୟାଗଡରୁ ୨ ଜଣ ଲେଖାଏଁ, ଜଗତସିଂପୁର, କନ୍ଧମାଳ, କେନ୍ଦ୍ରାପଡା, ରାୟଗଡା ଓ ସୋନପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ଷ୍ଟେଟ୍‌ ପୋଲରୁ ୭ ଜଣ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୨୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *