୨୪ ଘଣ୍ଟାରେ ବାହାରିଲେ ୨୦୫ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୦୦୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୬ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୫ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍ରୁ ୨୪ଜଣ ରହିଛନ୍ତି ।