୨୪ ଘଣ୍ଟାରେ ବାହାରିଲେ ୨୦୬ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୮୬୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୨୭ଜଣ ରହିଛନ୍ତି ।