ରାଜ୍ୟରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ, ୭ହଜାର ଟପିଲା କରୋନା ସଂକ୍ରମିତ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ୨୦୬ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୭ ଜଣ, ଦେବଗଡ ଜିଲ୍ଲାରୁ ୧୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧୮ ଜଣ, ମାଲକାନଗିରି ଜିଲ୍ଲାରୁ ୩୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *