ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୪ ଜଣ, ଅନୁଗୁଳ, ଭଦ୍ରକ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢ଼େଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *