ରାଜଧାନୀରୁ ଆଉ ୨୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୩୪ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪ ଜଣ ରହିଥିବା ବେଳେ ୧୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ୩୧୬୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୪୦ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published.