ରାଜଧାନୀରୁ ଆଉ ୨୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି ।
ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଥିବା ବେଳେ ୬୨୫ଜଣ ସୁସ୍ଥ ହୋଇସାରିଛନ୍ତି । ସେହିପରି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୧୪ଟି ଆକ୍ଟିଭ୍ କେସ୍ ରହିଛି ।
ଚିହ୍ନଟ ହୋଇଥିବା ୫ଜଣ ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରୁ ସତ୍ୟନଗର କାଳି ମନ୍ଦିର ନିକଟରୁ ୪୬ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କୋଲଥିଆରୁ ୮୧ ବର୍ଷୀୟ ବୃଦ୍ଧା। ଘରୋଇ ହସ୍ପିଟାଲରୁ ୪୬ ବର୍ଷୀୟ ପୁରୁଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚନ୍ଦକା ଏଲ୍.ବି ପ୍ରସାଦ ଆଇ ହସ୍ପିଟାଲ ନିକଟରୁ ୪୦ ବର୍ଷୀୟ ପୁରୁଷ ଓ ୩୫ ବର୍ଷୀୟ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଭୁବନେଶ୍ବରରେ ଆଜି ସର୍ବାଧିକ ୪୯ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।