ରାଜ୍ୟରେ ଆଉ ୨୧୦ କରୋନା ସଂକ୍ରମିତ ଚିହ୍ନଟ, ୫୯୬୨ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ରାଜ୍ୟରେ ଆଜି ଆଉ ୨୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୯୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ଚିହ୍ନଟ ହୋଇଥିବା ୨୧୦ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ ଜଣ, କଟକ ଜିଲ୍ଲାରୁ ୫ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୮ ଜଣ, ଗଜପତି ଜିଲ୍ଲାରୁ ୨୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ ଜଣ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ୬ ଜଣ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ ହୋଇଛି ।