ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୩୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲରାୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *