ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ
ଭୁବନେଶ୍ଵର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ବୌଦ୍ଧ, କଳାହାଣ୍ଡି,ଖୋର୍ଦ୍ଧା, ନୂଆପଡ଼ା , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି , କୋରାପୁଟ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୩୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୫୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୨୬୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୫୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୯୯୭୮୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।











