ଓଡ଼ିଶାରେ ବଢ଼ୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୨୩୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୬୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ,  କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ୍‌ ପୁଲରୁ ୭ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *