ରାଜ୍ୟରେ ୧୮ ଜିଲ୍ଲାରୁ ଆଜି ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩୫୩୪ରେ ପହଁଚିଛି ।
ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ ୭୦ ଜଣ ଥିବା ବେଳେ, ଖୋର୍ଧାରୁ ୫୪, ଜଗତସିଂହପୁରରୁ ୨୦, କନ୍ଧମାଳରୁ ୧୯, ଗଞ୍ଜାମରୁ ୧୭, ଭଦ୍ରକ ଓ ମୟୂରଭଞ୍ଜରୁ ୯ ଜଣ ଲେଖାଏଁ ରହିଛନ୍ତି । ସେହିପରି କେଉଁଝରରୁ ୮, ଡେଙ୍କାନାଳ, ପୁରୀରୁ ୭ଜଣ ଲେଖାଏଁ, ନୟାଗଡ ଓ କେନ୍ଦ୍ରପଡାରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । h କଳାହାଣ୍ଡି, ମାଲକାନଗିରି ଓ ସମ୍ବଲପୁରରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଝାରସୁଗୁଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।