୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୩୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୩୪୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *