୨୪ ଘଣ୍ଟାରେ ବାହାରିଲେ ୨୩୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୭୯୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୦ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨୯ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *