ରାଜ୍ୟରେ ପୁଣି ୨୪୫ଜଣ କରୋନା ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୬୮୫୯

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ୨୪୫ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ , ବରଗଡ ଜିଲ୍ଲାରୁ ୧୦ଜଣ , ଭଦ୍ରକ ଜିଲ୍ଲାରୁ ୨ଜଣ , କଟକ ଜିଲ୍ଲାରୁ ୭ଜଣ , ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ ଜିଲ୍ଲାରୁ ୩ଜଣ, ରାୟଗଡା ଜିଲ୍ଲାରୁ ଜଣେ , ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମବଙ୍ଗ ଯାଇଥିବା ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ ବାହିନୀର ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୮୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave a Reply

Your email address will not be published.