ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୫୧ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି ।

Leave a Reply

Your email address will not be published.