ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୫୧ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୮୬୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୮ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *