ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୨୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫୯୯ରେ ପହଁଚିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୧୪ । ଏହାସହ ୧୭୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୯୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।