ରାଜ୍ୟରେ କରୋନା ନେଲା ୨୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା, କୋରାପୁଟରୁ ୪ ଜଣ ଲେଖାଏଁ, ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ, ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୪୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୫୬୫୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୮୦୬୪୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *