୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୭୦ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୮୬୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୯୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୦୪୭୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।