୨୪ ଘଣ୍ଟାରେ ବାହାରିଲେ ୨୭୬ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୧୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୫ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ୱଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୩୧ଜଣ ରହିଛନ୍ତି ।